ଓଡିଶାପାଣିପାଗ

୪୦ ଡିଗ୍ରୀ ଡେଇଁବ ପାରଦ

ଆଜିଠୁ ବଢ଼ିବ ତାତି । ୪୦ ଡିଗ୍ରୀ ଡେଇଁବ ପାରଦ। କାଳବୈଶାଖୀ ପ୍ରଭାବ କମିବା ସହ ତାତି ବଢ଼ିବ। ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି କରିବ ଅସ୍ତବ୍ୟସ୍ତ। ବଢ଼ିବ ଦିନର ତାପମାତ୍ରା, ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, ଗଜପତି,ନୟାଗଡ, ଖୋର୍ଦ୍ଧା, ପୁରୀ,କଟକ, ଜଗତସିଂହ ପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜିଠୁ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଆସନ୍ତା ୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ତାତି ବଢ଼ିବ। ଆଜିଠୁ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୫ ତାରିଖ ପରେ ରାଜ୍ୟରେ ତାପମାତ୍ରା ୪୦ ଡ଼ିଗ୍ରୀ ପାର କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Related posts

ସୁଶାନ୍ତ ସିଂଙ୍କୁ ପଦ୍ମପୁର ଉପନିର୍ବାଚନର ଦାୟିତ୍ବ ଦେଲା ବିଜେଡି

mahabharatanews

ଆଜିଠୁ ରାତିରେ କମିବ ତାପମାତ୍ରା

mahabharatanews

ଦମ୍ପତିଙ୍କୁ ପିଟିଦେଲା ଗାଡି

mahabharatanews