ଓଡିଶା

୪ ଯାଏଁ ପ୍ରବଳ ବର୍ଷା ସମ୍ଭାବନା;  ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୩ରୁ ରାଜ୍ୟରେ ବର୍ଷାର ପରିମାଣ କମିବ। କିନ୍ତୁ କେତେକ ଜିଲ୍ଲାରେ ୪ ତାରିଖ ଯାଏ ପ୍ରବଳ ବର୍ଷା ଜାରି ରହିବ। ଆସନ୍ତାକାଲି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

 ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧ ତାରିଖ ଦିନ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁଣି ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ଖୋର୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଗଞ୍ଜାମ, ନୟାଗଡ଼ ଓ ନବରଙ୍ଗପୁର ଜିଲ୍ଲ‌ାରେ ପ୍ରବଳ ବର୍ଷା ଯୋଗୁଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨ ତାରିଖ ଦିନ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ।

Related posts

ଡୁବୁରିଠାରେ ସଡକ ସୁରକ୍ଷା ସପ୍ତାହ ପାଳିତ

mahabharatanews

ଘରର କାନ୍ଥକୁ ବାଇକ ନେଇ ପିଟିଲା ଦୁଇ ଯୁବକ

mahabharatanews

ଓଡିଆ ଘରର ଠାଣୀ, ଓଡିଆ ଘରର କାହାଣୀ, ଓଡିଆଙ୍କୁ ପସନ୍ଦ ମାଛ ତରକାରୀ

mahabharatanews