ଓଡିଶା

ପଞ୍ଚୁକରେ ଉଠାଦୋକାନୀଙ୍କୁ ମନା

(ପୁରୀ) :  ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ମରଚିକୋଟ ଛକ ପର୍ଯ୍ୟନ୍ତ ସମସ୍ତ ଉଠାଦୋକାନ ବନ୍ଦ ରହିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରଚିକୋଟ ଛକ ପର୍ଯ୍ୟନ୍ତ ବେରିକେଡିଂ କରାଯିବା ସହ ମାର୍କେଟ ଛକରୁ ଗାଡ଼ି ଚଳାଚଳ ବନ୍ଦ କରାଯିବ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।

ସୂଚନାନୁଯାୟୀ , ପଞ୍ଚୁକରେ ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ବେଚ୍ଛାସେବୀ ମୁତୟନ ରହିବେ। ସେପଟେ ବଡ଼ଦାଣ୍ଡର ଦୁଇପାର୍ଶ୍ୱରେ ଅସ୍ଥାୟୀ ଶୌଚାଳୟ କରାଯାଇଛି। ଭକ୍ତଙ୍କ ଲାଗି ପ୍ରତି ସେଡ୍ ରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଉଛି। ସୁରକ୍ଷା ଦୃଷ୍ଟିରୁ ପଞ୍ଚୁକ ପାଇଁ ଅଧିକ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ତେବେ ଗତକାଲି ଭକ୍ତ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ସାମ୍ନାକୁ ଆସୁଥିଲା ।

Related posts

କୋଭିଡ୍ ମାର୍ଗଦର୍ଶିକା ଅନୁପାଳନରେ ପାଳନ ହେବ ସ୍ୱାଧୀନତା ଦିବସ

mahabharatanews

ପଦ୍ମପୁର ଉପନିର୍ବାଚନ : ପ୍ରାର୍ଥୀ ଘୋଷଣା କଲେ ଦୁଇ ଦଳ; ବାକି ରହିଗଲା ବିଜେଡି

mahabharatanews

ଆଜି ରାଜଧାନୀରୁ ୪୯ ସଂକ୍ରମିତ ଚିହ୍ନଟ

mahabharatanews