ଓଡିଶା

ସମେଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ

(ସମ୍ବଲପୁର) : ମା’ ସମଲେଶ୍ଵରୀଙ୍କ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତାମାସ ସୁଦ୍ଧା ମନ୍ଦିରର ରୂପାନ୍ତରଣ ସାରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଆଜି ସକାଳେ ପୀଠ ପରିସରରେ ପହଞ୍ଚି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ।

ସୂଚନାନୁଯାୟୀ , ସକାଳ ୬ଟାରେ ମାଆ ସମଲେଶ୍ବରୀଙ୍କ ପୀଠରେ ପହଞ୍ଚି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବା ମନ୍ଦିରର ଉନ୍ନତିକରଣ ନେଇ ସେବାୟତ ଓ ନିର୍ମାଣକାରୀ ସଂସ୍ଥା ସହିତ ଆଲୋଚନା କରିଛନ୍ତି ନବୀନ ଓଡ଼ିଶା ଅଧ୍ୟକ୍ଷ। ନୂତନ ମନ୍ଦିର ବେଢା ନିର୍ମାଣ, ପାର୍କିଂ ସ୍ଥଳୀ, ପୋଡିୟମ, ଧାଡି ପରିଚାଳନା ବ୍ୟବସ୍ଥା, କ୍ଲକ୍ ରୁମ ନିର୍ମାଣ ସହ ମନ୍ଦିର ଚାରିପାଖର ସୌନ୍ଦର୍ଯ୍ୟକରଣ କରାଯାଉଛି। ଭେଣ୍ଡିଂ ଜୋନ, ସୂଚନା କେନ୍ଦ୍ର, ତୀର୍ଥଯାତ୍ରୀ ସୁବିଧା, ମନ୍ଦିର ସୁବିଧା କେନ୍ଦ୍ର, ଦୀପଘର, ଭୋଗ ମଣ୍ଡପ ଆଦି କାମ ଜାରି ରହିଛି।

 

Related posts

ଓଡିଶା ଆସି ଶିମିଳିପାଳ ଯିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

mahabharatanews

ରେଳ ଲାଇନକୁ ଉପରକୁ ଚଢ଼ିଗଲା ଏକ ବସ୍

mahabharatanews

ଦ୍ରୁତଗତିରେ ବାଇକ୍ ଚଳାଇ ଯୁବକ ମୃତ

mahabharatanews