ଓଡିଶା

ଶ୍ରୀସେତୁ କାର୍ଯ୍ୟର କଲେ ସମୀକ୍ଷା; ପୁରୀ ଗସ୍ତରେ ୫ଟି ସଚିବ

ପୁରୀ/ହରପ୍ରସାଦ ବିଷୋୟୀ : ପୁରୀରେ ଆଗେଇ ଚାଲିଛି ଉନ୍ନୟନମୂଳକ କାର୍ଯ୍ୟ । ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ୫ଟି ସଚିିବ ଭି.କେ ପାଣ୍ଡିଆନ ।ଏହି ଅବସରରେ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫ଟି ସଚିବ ।

ସୂଚନାମୁତାବକ, ଶନିବାର ସକାଳେ ୫ ଟି ସଚିବ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ଏହାପରେ ୫-ଟି ସଚିବ ପୁରୀରେ ଚାଲିଥିବା ଶ୍ରୀସେତୁ ନିର୍ମାଣ କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ୫-ଟି ସଚିବଙ୍କ ସହ ଜିଲ୍ଲାପାଳ ସମର୍ଥ ବର୍ମା ମଧ୍ୟ ଉପସ୍ଥିତ ଥିଲେ।

ତେବେ ପୁରୀକୁ ବିଶ୍ବ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ୟ୍ୟକରଣ କାର୍ୟ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ତେଣୁ ୫-ଟି ସଚିବ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ସମସ୍ତ କାର୍ୟ୍ୟର ତଦାରଖ କରିବା ସହ ଅନୁଧ୍ୟାନ ମଧ୍ୟ କରୁଛନ୍ତି।ତେବେ ବିଜୁ ଜନତା ଦଳର ସଭାପତି ତଥା ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୫ଟି ଯୋଜନାକୁ କାର୍ଯ୍ୟକାରୀ କରାଯାଇଛି । ଯାହାଦ୍ୱାରା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି ।

Related posts

ସ୍ୱଚ୍ଛାସେବୀ ସଂଗଠନ ପକ୍ଷରୁ ବାସହରା ନିରାଶ୍ରୟ ଅସହାୟ ଲୋକଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

mahabharatanews

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

mahabharatanews

ବାଲେଶ୍ୱର ସଦର ବିଧାନ କ୍ଷେତ୍ର କିଏ ଦଖଲ କରିବ ?

mahabharatanews