ଗ୍ଲୋବଲ ଟେନସନ ଚରମ ସ୍ଥିତି ଥିବାବେଳେ ଆଜି ସୁନା ଦରରେ ବଡ଼ ଧରଣର ହ୍ରାସ ହୋଇଛି । ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୫ ହଜାର ୯୫୦ ଟଙ୍କା ଖସିଥିବା ବେଲେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା କମିଛି ୫ ହଜାର ୪୫୦ ଟଙ୍କା । ଏବେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ଦର ରହିଛି ୧ ଲକ୍ଷ ୨୮ ହଜାର ୩୫୦ ଟଙ୍କ।। ସେହିଭଳି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ଦର ୧ ଲକ୍ଷ ୪୦ ହଜାର ୨୦ ଟଙ୍କା ରହିଛି । ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଡଲାର ମହଙ୍ଗା ହେବା କାରଣରୁ ନିବେଶକ ସୁନା ବଦଳରେ ଡଲାରରେ ନିବେଶ କରୁଛନ୍ତି ।

ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୮,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୦,୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୮,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୦,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୮,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୧,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୯,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୦,୦୨୦ ଓ ୧,୨୮,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୦,୦୦୦ ଟଙ୍କା ହୋଇଛି ।

