ଓଡିଶା

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଓଡିଶା ଷ୍ଟେଟ ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର । ରାଜ୍ୟ ସରକାର ଆଜି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହିଷ୍ଣୁତାର ଏହା ଆଉଏକ ଦୃଷ୍ଟାନ୍ତମୂଳକ ପଦକ୍ଷେପ । ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ସାମଲଙ୍କୁ ନିଲମ୍ବିତ କରାଯାଇସାରିଥିଲା ।
ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।

Related posts

ଓଡିଶା ପୋଲିସ ସବ-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ଅନୁସନ୍ଧାନ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ

mahabharatanews

ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବିଧାୟକ ବଣ୍ଟନ କଲେ ହରଲିକ୍ସ

mahabharatanews

ବାପ ପୁଅଙ୍କୁ ମରଣାନ୍ତକ ଆକ୍ରମଣ ପରେ ଲୁଟ୍, ୧ ମୃତ

mahabharatanews