ଓଡିଶା

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଓଡିଶା ଷ୍ଟେଟ ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର । ରାଜ୍ୟ ସରକାର ଆଜି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହିଷ୍ଣୁତାର ଏହା ଆଉଏକ ଦୃଷ୍ଟାନ୍ତମୂଳକ ପଦକ୍ଷେପ । ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ସାମଲଙ୍କୁ ନିଲମ୍ବିତ କରାଯାଇସାରିଥିଲା ।
ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।

Related posts

ଦୁଇ ଦିନଧରି ରାଜ୍ୟରେ ଲାଗି ରହିବ ବର୍ଷା

mahabharatanews

ବରୀରେ ଅଭାବନୀୟ ଘଟଣା, ନଦୀ ବାଲିରେ ପାଲ ଟାଣି ଦିନ କାଟୁଛନ୍ତି ପ୍ରବାସି ଓଡ଼ିଆ

mahabharatanews

ରିଫାଇନ୍ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ତ 

mahabharatanews

Leave a Comment