ଓଡିଶା

5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ : ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା ସୁଯୋଗର ବିକାଶ ଯୋଜନା ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବାକୁ କରିବେ ଜିଲ୍ଲାପାଳ

ଭୁବନେଶ୍ବର : ଆଜି ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ 5T ସଚିବ ଭି କେ ପାଣ୍ଡିଆନ୍ | ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ 5T ସଚିବ | 5T ଉପକ୍ରମରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର ସଭ୍ୟ, ସେବାୟତ ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ 5T ସଚିବ ଆଲୋଚନା କରି ଥିଲେ | ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ କହିଥିଲେ | ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ, ନଦୀ ସମୁଖ ଭାଗର ଉନ୍ନତିକରଣ, ଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧାର ବିକାଶ, ଯାତ୍ରୀ ନିବାସ ନିର୍ମାଣ ଏବଂ ଆଲୋକୀକରଣ ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା |

ବେଦବ୍ୟାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ | ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠକୁ ଆସିଥାନ୍ତି | ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି 5T ସଚିବ ପ୍ରକାଶ କରିଥିଲେ | ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ | ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ପରାଗ ଗଭାଲି ରାଉରକେଲା ମୁନ୍ସିପାଲ କମିଶନର ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ |

Related posts

ମାଡି ଆସୁଛି ଅସାନି: ପୁରୀଠାରୁ ୬୮୦ କିଲୋମିଟର୍‌ ଦୂରରେ ରହିଛି ବାତ୍ୟା

mahabharatanews

ନିଶା ଦ୍ରବ୍ୟରକୁ ଅଭ୍ୟାସ ଓ ଅବୈଧ ତସ୍କରୀକୁ ରୋକିବା ନିମନ୍ତେ  ନିରକାରଣ ଦିବସ ପାଳନ 

mahabharatanews

ସପ୍ତାହେ ପାଇଁ କରୁଆ ପଞ୍ଚାୟତର ୪ ୱାର୍ଡ କଣ୍ଟେନମେଣ୍ଟ ଜୋନ

mahabharatanews