ଓଡିଶାଶିକ୍ଷା

ଗୋଦାବରୀଶ ମହାବିଦ୍ୟାଳୟରେ ୬୦ତମ ବାର୍ଷିକ ଉତ୍ସବ

ବାଣପୁର: ଓଡ଼ିଶାର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୬ତମ ଶ୍ରାଦ୍ଧ ବର୍ଷିକି ତଥା ଗୋଦାବରୀଶ ମହାବିଦ୍ୟାଳୟର ୬୦ ତମ ପ୍ରତିଷ୍ଠା ଦିବସ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବିଜୟା ବନ୍ଦନା ରାଉତରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଓଡ଼ିଶାର ପ୍ରାକ୍ତନ ମନ୍ତ୍ରୀ ତଥା ପ୍ରାକ୍ତନ ସାଂସଦ ଡଃ ପ୍ରସନ୍ନ କୁମାର ପାଟ୍ଟଶାଣୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଜର କଲେଜ ବେଳର ସ୍ମୃତି ସମ୍ପର୍କରେ ସ୍ମରଣ କରାଇଥିଲେ। ବରିଷ୍ଠ ଅତିଥି ପୂର୍ବତନ ମନ୍ତ୍ରୀ ଓ ମୁଖ୍ୟ ସଚେତକ ଡ଼ଃ ଦେବେନ୍ଦ୍ର ନାଥ ମାନସିଂହ, ମୁଖ୍ୟ ବକ୍ତା ଡ଼ଃ ଅଭିରାମ ବିଶ୍ୱାଳ ଗୋଦାବରୀଶଙ୍କ ସାହିତ୍ୟ କୃତି ସମ୍ପର୍କରେ ଆଲୋକପାତ କରିଥିଲେ। ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ଜିଲ୍ଲା ପରିଷଦର ଉପସଭାପତି ଗୋପୀନାଥ ମହାରଣା, ସମ୍ମାନିତ ଅତିଥି ଭାବରେ ଯୋଗଦେଇ ନିଜ ମହାବିଦ୍ୟାଳୟ ମନେକରି ସମସ୍ତେ ଏହାର ଉନ୍ନତି ପାଇଁ ମତବ୍ୟ ଦେଇଥିଲେ। ବାଣପୁର କଲେଜ ଅଧ୍ୟକ୍ଷ ବନମାଳୀ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ। କଲେଜର ବିଭିନ୍ନ ସୁବିଧା ଓ ଅସୁବିଧାକୁ ବାଣପୁର ଏନଏସି ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦଙ୍କୁ ଜଣାଇଥିଲେ। ପରିଶେଷରେ ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ପ୍ରଦୀପ୍ତ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Related posts

ସଚେତନତା ରଥ ଶୁଭାରମ୍ଭ

mahabharatanews

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ସୂଚନା ଜାରି

mahabharatanews

ଚାନ୍ଦବାଲି ପରେ ଦୟାଲ ଆଶ୍ରମରେ କ୍ରାଇମବ୍ରାଞ୍ଚର କ୍ରାଇମ ସିନ୍ ରିକ୍ରିଏସନ

mahabharatanews