(ଭୁବନେଶ୍ୱର) : ରାଜ୍ୟରେ ଡେଙ୍ଗୁ ପରେ ସ୍କ୍ରବ୍ ଟାଇଫସ ଆତଙ୍କ ମଚେଇବାରେ ଲାଗିଛି । ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୭ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୬ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ , ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି ।