ଓଡିଶା

ସ୍କ୍ରବ୍ ଟାଇଫସ ଆତଙ୍କ; ସୁନ୍ଦରଗଡ଼ରେ ସଂଖ୍ୟା ୪୦୩କୁ ବୃଦ୍ଧି 

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ପରେ ଏବେ ସ୍କ୍ରବ୍ ଟାଇଫସ ଆତଙ୍କ ମଚାଇବାରେ ଲାଗିଛି । ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୧ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି ।

Related posts

କରୋନାରେ ପ୍ରାଣ ହରାଇଥିବା ଦୁଇ ସାମ୍ବାଦିକଙ୍କୁ ଶ୍ରଦ୍ଧାଞ୍ଜଳୀ

mahabharatanews

ଫେରିଥିବା ଦାଦନଙ୍କ ନାମ ପଞ୍ଜିକରଣ

mahabharatanews

ଗୁଆଳି ଗୋରଡା ନୋଡାଲ ସ୍କୁଲରେ ସମ୍ବର୍ଦ୍ଧନା ସଭା

mahabharatanews