ଓଡିଶା

ଆଜି ସୁସ୍ଥ ହେଲେ ଆଉ ୭୨ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୨୩୫୪ରେ ପହଁଚିଛି । ସୁସ୍ଥ ୭୨ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ଜଣ, ସୋନପୁରରୁ ୯ଜଣ, ବଲାଙ୍ଗୀରରୁ ୭ଜଣ, ଜଗତସିଂହପୁରରୁ ୬ଜଣ, କଟକ, କଳାହାଣ୍ଡି ଓ ସୁନ୍ଦରଗଡରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର ଏବଂ ମୟୁରଭଞ୍ଜରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହା ସହ ଖୋର୍ଦ୍ଧା, କନ୍ଧମାଳ ଏବଂ ସମ୍ବଲପୁରରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଥିବା ସହ ଝାରସୁଗୁଡାରୁ ଜଣେ ସୁସ୍ଥ ହୋଇଛନ୍ତି ।
ଆଜି ରାଜ୍ୟରେ ୧୪ଟି ଜିଲ୍ଲାରୁ ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଥିଲା । ଏମାନଙ୍କ ଭିତରୁ ୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଓଡିଆରଏଫ୍, ଏନଡିଆରଏଫ୍ ଓ ଅଗ୍ନିଶମ ବିଭାଗର ୫୪ଜଣ କର୍ମଚାରୀ ଅଛନ୍ତି । ଏମାନେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ୟ୍ୟ ସାରି ଓଡ଼ିଶା ଫେରିଥିଲେ। ଏବେ ମୋଟ ୨୩୫୪ଜଣ ସୁସ୍ଥ ହେବା ପରେ ରାଜ୍ୟରେ ୧୦୩୨ଟି ସକ୍ରିୟ ମାମଲା ରହିଛି ।

Related posts

ଓଡ଼ିଶାରେ ପହଁଚିଲେ WHO ଟିମ

mahabharatanews

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

mahabharatanews

୨୯ ତାରିଖରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ

mahabharatanews

Leave a Comment