ଓଡିଶା

୯୬ ନୂତନ ପଜିଟିଭ ଚିହ୍ନଟ ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ସୂଚନା ରହିଛି। ୯୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୭ଜଣଙ୍କର ମୃତ୍ୟୁ ଘଟିଛି । ୮୩୩ ଜଣଙ୍କ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ୧୮ଟି ଜିଲ୍ଲାର । କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳ ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭଦ୍ରକ , ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଲେଖାଏଁ, ବାଲେଶ୍ୱର ଓ ଦେବଗଡ଼ରୁ ୪ ଜଣ ଲେଖାଏଁ, କଳାହାଣ୍ଡି ଜିଲ୍ଲାରୁ ୫ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ, ଢେଙ୍କାନଳରୁ ୨ଜଣ, ନୟାଗଡ଼, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Related posts

ଆଜି ଠାରୁ +୨ ନାମ ଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

mahabharatanews

+୨ ବାକିଆ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ

mahabharatanews

ବିଡିଏର ୩୯ ତମ ପ୍ରତିଷ୍ଠା ଦିବସ ପାଳିତ

mahabharatanews