ଓଡିଶା

ଅଟୋ-ଟ୍ରାକ୍ଟର ଧକ୍କାରେ ଛାତ୍ର ମୃତ, ୯ ଆହତ

(ମହାଭାରତ, ମୋହନା): ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ଅନ୍ତର୍ଗତ ରଣାଲଇ ନିକଟସ୍ଥ ରାମଚନ୍ଦ୍ରପୁର ନିକଟସ୍ଥ ରାସ୍ତାରେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ଅଟୋକୁ ଗୋଟିଏ ଟ୍ରାକ୍ଟର ପିଟି ଦେବାରୁ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ମୃତ ଛାତ୍ରଙ୍କ ଘର ରଣାଲଇ ଗାଁରେ ବୋଲି ଜଣାଯାଇଛି । ସୂଚନା ଅନୁଯାୟୀ, ଶନିବାର ସକାଳେ ଏହି ଗାଁରୁ ଏକ ଅଟୋ ୧୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ତଲଡା ସ୍ଥିତ ଏକ ଘରୋଇ ସ୍କୁଲକୁ ଆସୁଥିଲା । ଏହି ସମୟରେ ରାମଚନ୍ଦ୍ରପୁର ନିକଟ ରାସ୍ତାରେ ସାମ୍ନା ପଟୁ ଆସୁଥିବା ଏକ ଟ୍ରାକ୍ଟର ଅଟୋଟିକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ବେଳେ ଆହତ ହୋଇଥିବା ଅନ୍ୟ ଛାତ୍ରଛାତ୍ରୀମାନଙ୍କୁ ଚନ୍ଦ୍ରଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି ।

Related posts

ଡେଲାଙ୍ଗ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

mahabharatanews

ଅନୁଭବ, ବର୍ଷା ଛାଡପତ୍ର ମାମଲା: ସୁପ୍ରିମ କୋର୍ଟଙ୍କ ସ୍ଥଗିତାଦେଶ

mahabharatanews

ବିନା ଟେଣ୍ଡରରେ କୋଟିକୋଟି ଟଙ୍କା ଚଳୁକରିବାକୁ ମସୁଧା

mahabharatanews