ଓଡିଶା

ନବଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର

(ମହାଭାରତ, ଉଦଳା): ମୟୁରଭଞ୍ଜ ଜିଲ୍ଲା ଉଦଳା ଅନ୍ତର୍ଗତ ଭୁରୁଡୁବଣୀ ଗାଁରେ ଏକ ଅମାନବୀୟ ଘଟଣା ଦେଖିବାକୁ ମିଳିଛି । ବନ୍ଧରୁ ଏକ ନବଜାତକ ଶିଶୁପୁତ୍ରର ମୃତଦେହ ମିଳିଛି । ଜନ୍ମ ହେବା ପରେ ନବଜାତକକୁ ଫୋପାଡି ଦିଆଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ସକାଳେ ଭୁରୁଡୁବଣୀ ଛକ ନିକଟରେ ଥିବା ଏକ ବନ୍ଧରେ ଏକ ନବଜାତକ ଶିଶୁପୁତ୍ରର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏନେଇ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ ନବଜାତକଟିକୁ କିଏ ଏଭଳି ଫୋପାଡିଛି ତାହା ଏଯାଏ ଜଣାପଡିନାହିଁ ।

Related posts

କରୋନା ସଚେତନତା କାର୍ଯ୍ୟକ୍ରମ ଓ ମାକ୍ସ ବଣ୍ଟନ

mahabharatanews

ରାସ୍ତା କଡରୁ ଟିଫିନ ବୋମା ଜବତ

mahabharatanews

କୁକୁଡାଖଣ୍ଡି ରୁ ପ୍ରଯୁକ୍ତି ବିଦ୍ୟା ସଚେତନତା ରଥ ଶୁଭଆରମ୍ଭ

mahabharatanews