ଓଡିଶା

ରୋଗୀ ଆଣିବାକୁ ଯିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

(ମହାଭାରତ, ନୀଳଗିରି): ବାଲେଶ୍ୱର ଜିଲ୍ଲା ନୀଳଗିରିସ୍ଥିତ ଭାଲୁକାଶୁଣି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ରୋଗୀ ଆଣିବାକୁ ଯାଉଥିବା ବେଳେ ଗୋଟିଏ ୧୦୮ ଆମ୍ବୁଲାନ୍ସ ଗଛରେ ପିଟି ହୋଇ ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଗୁରୁବାର ସକାଳେ ଆମ୍ବୁଲାନ୍ସଟି ନୀଳଗିରିରୁ ଯମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିଲା । ଏହି ସମୟରେ ଆମ୍ବୁଲାନ୍ସଟି ତିନିକୋଶିଆ ଜଙ୍ଗଲରେ ଭାଲୁକାଶୁଣି ନିକଟରେ ଏକ ଗଛରେ ପିଟି ହୋଇ ଯାଇଥିଲା । ଗାଡିର ଚକ ଫାଟି ଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

Related posts

ରାଜସ୍ଥାନରୁ ଧାଇଁ ଆସିଥିବା ଭକ୍ତର ଡାକ ଶୁଣି ଏକ ଛୋଟ ନିଷ୍ପାପ ଶିଶୁକୁ କୋମାରୁ ଉଠାଇଛନ୍ତି ମହାପ୍ରଭୁ

mahabharatanews

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ ମେହେର

mahabharatanews

ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ

mahabharatanews