ଓଡିଶା

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ

ଖୋର୍ଦ୍ଧା: ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରି ଜଣେ ଡିଲରଙ୍କ ଠାରୁ କିରୋସିନ ଉଠାଣ ପାଇଁ ଅନୁମତି ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦିହୋଇ ଯାଇଛନ୍ତି । ଖୋର୍ଦ୍ଧା, ନୟାଗଡ, ଭୁବନେଶ୍ୱର ଭିଜିଲାନ୍ସ ଟିମ ମିଳିତ ଭାବେ ଚଢ଼ାଉ କରି ଯୋଗାଣ ନିରୀକ୍ଷକଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ନଗଦ ଟଙ୍କା ଜବତ କରିଛି । ସୂଚନା ଅନୁସାରେ ପଲ୍ଲା ଅଂଚଳର ଡିଲର ଅମ୍ବିକା ପ୍ରସାଦ ଦାସ ପ୍ରାୟ ୧୬ଜଣ କଣ୍ଟ୍ରୋଲ ଡିଲରଙ୍କ ଠାରୁ ୨୦ହଜାର ଟଙ୍କା ନେଇ ଯୋଗାଣ ନିରୀକ୍ଷକଙ୍କୁ ଦେଉଥିବା ବେଳେ ଧରା ପଡିଛନ୍ତି । ଏହିପରି ପ୍ରତି ମାସରେ କିରୋସିନ ଉଠାଣ ଅନୁମତି ପାଇଁ ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରି ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ସେହିପରି ମାର୍ଶାଲିନଙ୍କ ଡୁମୁଡୁମା ସ୍ଥିତ ବାସଭବନରେ ରେଡ଼ ·ଲିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ଜିଲ୍ଲା ସ୍ତରୀୟ ବ୍ୟାଙ୍କର୍ସ ବୈଠକ

mahabharatanews

ପୁଣି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

mahabharatanews

ରାସ୍ତା ମଝିରେ ଜଳିଗଲା ଟ୍ରକ୍

mahabharatanews