Uncategorized

ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

(ପୁଞ୍ଚ): ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟରେ ୩ ଆତଙ୍କବାଦୀ ନିହତ ହୋଇଥିବା ନେଇ ମଙ୍ଗଳବାର ସୂଚନା ମିଳିଛି । ଫେବୃଆରୀ ୯ରେ ମେଣ୍ଢର ସେକ୍ଟରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲଙ୍ଘନ କରିଥିଲା । ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ । ଏହି ଗୁଳି ବିନିମୟରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଗତ କିଛି ଦିନ ଧରି ମେଣ୍ଢର ସେକ୍ଟରରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲଙ୍ଘନ କରୁଥିବା ବେଳେ ଭାରତୀୟ ସେନା ମଧ୍ୟ ଏହାର କଡା ଯବାବ ଦେଇଛି । ତେବେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି ।

Related posts

୨ ନଂ ଜାତୀୟ ରାଜପଥରେ ଦୁର୍ଘଟଣା: ୫ ମୃତ, ୧୨ ଆହତ

mahabharatanews

ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ପଜିଟିଭଙ୍କ ମୃତ୍ୟୁ

mahabharatanews

ଭାରତ ନେପାଳରେ ୫୬ ହାଇସ୍କୁଲ ପୁନଃନିର୍ମାଣ କରିବ

mahabharatanews