ଓଡିଶା

ନନ୍ଦିକ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

(ମହାଭାରତ, ହିଞ୍ଜିଳି): ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ନନ୍ଦିକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ହିଞ୍ଜିଳିକାଟୁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରସନ୍ନ କୁମାର ପାତ୍ର ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାର ଉନ୍ନତି ସହ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ କହିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନିମାଇ ଚରଣ ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନେ ପରୀକ୍ଷାକୁ ଏକ ଚାପ ବୋଲି ବିବେଚନା ନ କରିବା ପାଇଁ ବକ୍ତବ୍ୟରେ କହିଥିଲେ । ଏହି ଅବସରରେ ବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମେ ସ୍ଥାନୀୟ ସରପଞ୍ଚ ଲିଲିମାଳା ପ୍ରଧାନ, ସିଆରସି ଯାଦବ ସାହୁ ଆଦି ସମ୍ନାନିତ ଅତିଥି ଭାବେ ଯୋଗ ଦେଇଥିଲେ । ପରେ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Related posts

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଲୋକଙ୍କ ଦାନ ଏବେ ସୁଅ ଚୁଟିବାରେ ଲାଗିଛି

mahabharatanews

ଅଧିକ ବସ ଭଡା ଆଦାୟ କଲେ ହେବ କାର୍ଯ୍ୟାନୁଷ୍ଠାନ

mahabharatanews

କେନ୍ଦୁଝର ସଦର ରେଞ୍ଜରେ ୨୬ ଟିକିଆ ହାତୀପଲଙ୍କ ଉପଦ୍ରବ

mahabharatanews