ଓଡିଶା

କାର-ବାଇକ୍ ମୁହାଁମୁହିଁ ଧକ୍କା, ୧ ମୃତ

(ମହାଭାରତ, ଭବାନୀପାଟଣା): କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡକ ଦୂର୍ଘଟଣା ଘଟିଛି । ଏଠାରେ ଏକ କାର ଓ ବାଇକ୍ର ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତ ବ୍ୟକ୍ତି ଜଣକ କାପସରା ଗାଁର ଉପାଶି ଧାଙ୍ଗଡାମାଝି ବୋଲି ଜଣାପଡିଛି । ସମସ୍ତ ଆହତଙ୍କୁ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତମାନେ ଗୋଟିଏ ପରିବାରର ବୋଲି ଜଣାପଡିଛି । ତେବେ ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକେ ଗାଡିକୁ ଅଟକ ରଖି ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ଭବାନୀପାଟଣା-ବୋରିଗୁମ୍ମା ରାସ୍ତାରେ ଯାତାୟତ ଠପ୍ ହୋଇଯାଇଥିଲା । ଶହ ଶହ ଗାଡି ରାସ୍ତାର ଦୁଇ ପାଶ୍ୱର୍ରେ ଅଟକି ରହିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକ ହଟିଥିଲା । ପୋଲିସ ମୃତ ଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

Related posts

ନିର୍ବାଚନ ଆସିଲେ ସରକାରଙ୍କ ଘାଷଣା ରାଜନୀତି

mahabharatanews

ବାହାନଗା ହାଇସ୍କୁଲ ହେବ ମଡ଼େଲ ସ୍କୁଲ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

mahabharatanews

ନଦୀରୁ ବସ୍ତାରେ ବନ୍ଧା ୨ ମୃତଦେହ ଉଦ୍ଧାର

mahabharatanews