(ମହାଭାରତ, ଶ୍ରୀନଗର): ଜାମ୍ମୁ-କାଶ୍ମୀର ଶୋପିଆନ ଜିଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଆସନ୍ତାକାଲି ହୋଲି ପାଳନ ହେବାକୁ ଥିବାରୁ ଏହା ପୂର୍ବରୁ ଆତଙ୍କବାଦୀମାନେ କିଛି ଅଘଟଣ ଘଟାଇବାକୁ ଯୋଜନା କରୁଥିବା ଜଣାପଡିଥିଲା । ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ହୋଇଥିଲା । ଏହାପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା । କିନ୍ତୁ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥିଲେ । ଏହାର ଜବାବ ଦେବାକୁ ଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିଲା । ଏଥିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଆତଙ୍କବାଦୀ ସେହି ଅଞ୍ଚଳରେ ଲୁଚି ରହିଥିବା ଆଶଙ୍କା କରାଯାଉଛି । ସୁରକ୍ଷାକର୍ମୀମାନେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ଏନକାଉଣ୍ଟର ପରେ ଅନେକ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ନିହତ ଆତଙ୍କବାଦୀଙ୍କ ଠାରୁ ଜବତ ହୋଇଛି ।
previous post
next post