ଓଡିଶା

ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

(ଜଳେଶ୍ୱର, ଅଜିତ ସାହୁ): ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ କରୋନା ଆକ୍ରାନ୍ତ ଜଣକ ବାଲେଶ୍ୱରର । ଏହା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଥିବା ବେଳେ ବାଲେଶ୍ୱରରେ ଏହି ସଂଖ୍ୟା୨୫ ଛିଇଁଛି । ସେମାନଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି । ଏହା ପୂର୍ବରୁ ଆଜି ସକାଳେ ଗଞ୍ଜାମ ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ରାଜ୍ୟରେ ଆଜି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବାବଦରେ ଜଣାପଡିଥିଲା ।

ସୂଚନାଯୋଗ୍ୟ, ରାଜ୍ୟରେ ରାପିଡ ଟେଷ୍ଟିଂ କାରଣରୁ କରୋନା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏପର୍ଯ୍ୟନ୍ତ ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୬ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୬୦ ଜଣ ସୁସ୍ଥ ହୋଇଛନ୍ତି ଓ ୨ ଜଣଙ୍କର ମୃତ୍ୟୁ ହୋଇଛି ।

Related posts

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଞ୍ଚଭୂତରେ ଲୀନ ହେବେ ଡକ୍ଟର ଜୟନ୍ତ ମହାପାତ୍ର

mahabharatanews

ଦେଶୀ ମଦ ଭାଟି ଠାବ କରି ଭାଙ୍ଗିଲେ ସ୍ୱତନ୍ତ୍ର ସ୍କ୍ୱାଡ୍

mahabharatanews

ଇତିହାସ ଦେଖିଲେ ଲୋକଙ୍କ ଆସ୍ଥା ବିଜେଡି ଓ ନବୀନ ପଟ୍ଟନାୟକଙ୍କ ପ୍ରତି ରହିଛି, ବିଜେଡି ପାର୍ଥିନି ଭଲ ଭୋଟରେ ଜିତିବେ

mahabharatanews