ଓଡିଶା

ରାଜ୍ୟରେ ୪୮ ନୂତନ ପଜିଟିଭ ସହ ମୋଟ ସଂଖ୍ୟା ୮୭୬ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ଆଜି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୭ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିବା ବେଳେ ଜଣେ ଜେଲରେ ଥିବାର ସୂଚନା ମିଳିଛି। ଉକ୍ତ ଆକ୍ରାନ୍ତ ପୁରୀର ବୋଲି ଜଣାଯାଇଛି।
୪୮ ଜଣଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୬ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରେ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ବୌଦ୍ଧ ଓ କଟକ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ାରୁ ୩ଜଣ, ପୁରୀରୁ ୪ଜଣ, ନୟାଗଡ଼ରୁ ୩ଜଣ ଚିହ୍ନଟ ହୋଇଛନ୍ତି।
ଆଜି ନୂଆ ଜିଲ୍ଲା ଭାବେ କନ୍ଧମାଳରେ କରୋନା ପାଦ ଥାପିବା ପରେ ଏବେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୩ରେ ପହଞ୍ଚିଛି। କନ୍ଧମାଳର ଏହି ଦୁଇ ଆକ୍ରାନ୍ତ ତାମିଲନାଡ଼ୁ ଫେରନ୍ତା ଏବଂ ସେ ଦୁହେଁ ଫିରିଙ୍ଗିଆ ବ୍ଲକ ରତଂଗ ସଂଗରୋଧ କେନ୍ଦ୍ରରେ ଥିଲେ । ଗତକାଲି ସେମାନଙ୍କୁ ଭୁବନେଶ୍ବରର କିମ୍ସ କୋଭିଡ୍ ହସ୍ପିଟାଲକୁ ପଠାଯାଇଥିବାର ସୂଚନା ମିଳିଛି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୫୨ ଥିବା ବେଳେ ୨୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ଜଣଙ୍କର ମୃତ୍ୟୁ ଘଟିଛି।

Related posts

୪୫ମିନିଟରେ ୨୧ହଜାର ୯୧ଥର ବିଜୁଳିମାଡ଼ 

mahabharatanews

କଟକରେ ନକଲି ମେଡିସିନ କାରବାର ମାମଲାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

mahabharatanews

କେନ୍ଦ୍ରୀୟ ଟିମ୍ କର୍ଲାପାଟ ଅଭୟାରଣ୍ୟ ହାତୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପହଞ୍ଚିଛି

mahabharatanews