ଓଡିଶା

୯୬ ନୂତନ ପଜିଟିଭ ଚିହ୍ନଟ ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ସୂଚନା ରହିଛି। ୯୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୭ଜଣଙ୍କର ମୃତ୍ୟୁ ଘଟିଛି । ୮୩୩ ଜଣଙ୍କ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ୧୮ଟି ଜିଲ୍ଲାର । କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳ ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭଦ୍ରକ , ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଲେଖାଏଁ, ବାଲେଶ୍ୱର ଓ ଦେବଗଡ଼ରୁ ୪ ଜଣ ଲେଖାଏଁ, କଳାହାଣ୍ଡି ଜିଲ୍ଲାରୁ ୫ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ, ଢେଙ୍କାନଳରୁ ୨ଜଣ, ନୟାଗଡ଼, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Related posts

ପଶ୍ଚିମ ବଙ୍ଗ ରାଜ୍ୟପାଳଙ୍କୁ ବିଧାନସଭା ମନା

mahabharatanews

ବଜରଙ୍ଗ କ୍ଲବର ନିଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

mahabharatanews

ଗୃହରକ୍ଷୀଙ୍କ ପାଇଁ ଖୁସି ଖବର, ବଢିଲା ଡ୍ୟୁଟି ଭତ୍ତା

mahabharatanews