ଓଡିଶା

ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ରାଜ୍ୟରେ ସମ୍ଭାବ୍ୟ ଉପଦ୍ରବ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା ହୋଇଯାଇଛି । । ପଙ୍ଗପାଳଙ୍କ ଗତିବିଧି ଉପରେ ଅଗାମୀ ୧୦ ଦିନ ପର୍ଯ୍ୟନ୍ତ ତୀକ୍ଷ୍ନ ନଜର ରଖିବା ସହିତ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚତନତା ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଛି । ପଙ୍ଗପାଳ ନିୟନ୍ତ୍ରଣ ପାଇଁ ଆବଶ୍ୟକ ହେଲେ ଦମକଳ ଡରିଅରେ ପ୍ରଭାବିତ ଅଞ୍ଚଳରେ ଔଷଧ ସିଞ୍ଚନ ପାଇଁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ଏହି ବୈଠକରୁ ଜଣାଯାଇଛି ଯେ ପଙ୍ଗପାଇ ଉପଦ୍ରବକୁ ନିୟନ୍ତ୍ରଣ କରିବା ପାଇଁ ଉଭୟ ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟ୍ରୋଇ ଧୁମ୍ ଖୋଲଯାଇଛି । ରାଜ୍ୟର ସାଢ଼େ ଛଅ ଲକ୍ଷ ଚାଷୀଙ୍କୁ ଏ ସଂକ୍ରାନ୍ତୀୟ ସ୍ପଟସଅପ୍ ମେସେଜ ଏବଂ ଆଠ ଲକ୍ଷ ଚାଷୀଙ୍କୁ ଭଏସ୍ ମେସେଜ ପଠାଯିବା ସହିତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଚାଷୀମାନଙ୍କ ସହିତ ନିୟମିତ ସଂପର୍କରେ ରହିଛି । ଓଡିଶାର ନବରଙ୍ଗପୁର , ନୂଆପଡା , କଳାହାଣ୍ଡି , ମାଲକାନଗିରି , କୋରାପୁଟ, ରାୟଗଡା, ଝାରସୁଗୁଡା, ସୁନ୍ଦରଗଡ ଓ ବରଗଡ ଜିଲ୍ଲାରେ ପଙ୍ଗପାଳ ଉପଦ୍ରବ ଆଶଙ୍କା ସର୍ବାଧିକ ରହିଛି । ଗତକାଲି ଛତିଶଗଡ ଆସିଥିବା ପଙ୍ଗପାଳ ଦଳ ପୁଣି ମଧ୍ୟପ୍ରଦେଶକୁ ଫେରିଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ତଥାପି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ , ଉନ୍ନୟନ କମିଶନର , ସ୍ଵତନ୍ତ୍ର ରିଲିଫ କମିଶନର , ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ , କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର କୁଳପତି , କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ବତନ୍ତ୍ର ସଚିବ, କୃଷି ନିର୍ଦ୍ଦେଶକ ଏବଂ ଭାରତ ସରକାରଙ୍କ ସମନ୍ବିତ ରୋଗପୋକ ନିୟନ୍ତ୍ରଣ କେନ୍ଦ୍ରର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Related posts

୮୦ଟି ପରୀକ୍ଷା କେନ୍ଦ୍ରରେ ଚାଲିଛି ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

mahabharatanews

ଦୋକାନରୁ ମିଳିଲା ଯୁବକଙ୍କ ମୃତଦେହ

mahabharatanews

ଆଜି ମୋଦିଙ୍କୁ ଭେଟିବେ ନବୀନ

mahabharatanews