ଓଡିଶା

ରାଜ୍ୟରେ ଆଜି ପୁଣି ୧୪୬ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏ. ଦେବଗଡ଼ ଜିଲ୍ଲାରୁ ୫ଜ. ମୟୂରଭଞ୍ଜ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, , କନ୍ଧମାଳ, କେନ୍ଦୁଝର ଓ କଟକ ଜିଲ୍ଲାରୁ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଠିକ୍ ସେହିପରି ଏବଂ ଯାଜପୁର, ମାଲକାନଗିରି, ଢେଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ୟ୍ୟରେ ନିୟୋଜିତ ଓଡ୍ରାଫ୍ ଓ ଏନଡିଆରଏଫର ୬୧ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ ବି ଏଥିରେ ସାମିଲ କରାଯାଇଛି।
ଏବେ ରାଜ୍ୟରେ ମୋଟ୍ ୧୯୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୬ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ଆଗାମୀ ୩ଦିନ  କାଁ ଭାଁ ବର୍ଷା ସମ୍ଭାବନା 

mahabharatanews

ଲକ୍ଷେ ଟଙ୍କାର ବ୍ରାଉନସୁଗାର ଜବତ, ବେପାରୀଙ୍କୁ କାବୁ କଲେ ଗ୍ରାମବାସୀ

mahabharatanews

ଜଗଦା ସ୍ଥିତ ଆଣ୍ଟି ନିର୍ମଳ ନର୍ସରୀ ସ୍କୁଲର ଗ୍ରୀଷ୍ମକାଳୀନ ଶିବିର

mahabharatanews