ଓଡିଶା

ରାଜ୍ୟରେ ଆଜି ପୁଣି ୧୪୬ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏ. ଦେବଗଡ଼ ଜିଲ୍ଲାରୁ ୫ଜ. ମୟୂରଭଞ୍ଜ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, , କନ୍ଧମାଳ, କେନ୍ଦୁଝର ଓ କଟକ ଜିଲ୍ଲାରୁ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଠିକ୍ ସେହିପରି ଏବଂ ଯାଜପୁର, ମାଲକାନଗିରି, ଢେଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ୟ୍ୟରେ ନିୟୋଜିତ ଓଡ୍ରାଫ୍ ଓ ଏନଡିଆରଏଫର ୬୧ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ ବି ଏଥିରେ ସାମିଲ କରାଯାଇଛି।
ଏବେ ରାଜ୍ୟରେ ମୋଟ୍ ୧୯୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୬ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ମୁଖ୍ୟମନ୍ତ୍ରୀଙ୍କ ଆଦିବାସୀ ଓ ଅନୁସୂଚିତ ଜାତି ବିଭାଗର ସମ୍ବର୍ଦ୍ଧିତ ମେଳା ଅନୁଷ୍ଠିତ

mahabharatanews

୪୨ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାରେ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା

mahabharatanews

ଆଜି ଛାଡଖାଇ, ଭିଡ଼ ଅସମ୍ଭାଳ

mahabharatanews