ଓଡିଶା

ଆଇନଜୀବୀ ସାବିତ୍ରୀ ରଥ ଓଡିଶା ହାଇକୋର୍ଟର ବିଚାରପତି ନିଯୁକ୍ତ

କଟକ: ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ କରାଯାଇଛି । ସାବିତ୍ରୀ ରଥ ଓଡିଶା ହାଇକୋର୍ଟ ତୃତୀୟ ମହିଳା ବିଚାରପତି ହେବେ । ଆଜି ଏଥିନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁପ୍ରିମକୋର୍ଟଙ୍କ କୋଲେଜିୟମ ଜାନୁଆରୀ ୨୨ ତାରିଖରେ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ପ୍ରସ୍ତାବ ଦେଇଥିଲେ ।
ପୂର୍ବରୁ ଅମୀୟ କୁମାରୀ ପାଢୀ ଓ ସଞ୍ଜୁ ପଣ୍ଡା ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ୟ୍ୟ କରିଛନ୍ତି । ଆଇନଜୀବୀ ସାବିତ୍ରୀ ରଥ ରାଜ୍ୟ ସରକାରଙ୍କ ଅତିରିକ୍ତ ସରକାରୀ ଓକିଲ ଭାବେ ନିଯୁକ୍ତି ପାଇଥିଲେ

Related posts

“ଆଗାମୀ ୧୦ ବର୍ଷ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ଯୁଗ” : ଭି କେ ପାଣ୍ଡିଆନ

mahabharatanews

ଓଏଲଏମ ମଞ୍ଚ ପକ୍ଷରୁ ସାତଶଙ୍ଖ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ସଫେଇ

mahabharatanews

ପୁରୀ ରେଳ ଷ୍ଟେସନକୁ ବିଶ୍ୱସ୍ତରୀୟ କରାଯିବ: ଅଶ୍ୱିନୀ ବୈଷ୍ଣବ

mahabharatanews