ଓଡିଶା

ରାଜ୍ୟରେ ୧୬୫ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ସକାଳେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ୧୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୭୭ ହୋଇଛି। ଆଜି ଚିହ୍ନଟ ହୋଇଥିବ ୧୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ଲୋକାଲ ଆକ୍ରାନ୍ତ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୧୬ ହଜାର ୬୦୭ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪ ହଜାର ୬୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ହଜାର ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୧୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Related posts

ମୁଣ୍ଡୁଳିରେ ଆଜି କମିପାରେ ଜଳସ୍ତର 

mahabharatanews

ଭୁବନେଶ୍ୱରରେ  ଆଉ ସାଇବର ଥାନା ଉଦ୍ଘାଟିତ

mahabharatanews

ଆଜି ଛାଡଖାଇ, ଭିଡ଼ ଅସମ୍ଭାଳ

mahabharatanews