ଭୁବନେଶ୍ବର: ଆଜି ସକାଳେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ୧୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୭୭ ହୋଇଛି। ଆଜି ଚିହ୍ନଟ ହୋଇଥିବ ୧୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ଲୋକାଲ ଆକ୍ରାନ୍ତ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୧୬ ହଜାର ୬୦୭ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪ ହଜାର ୬୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ହଜାର ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୧୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
previous post
