ଓଡିଶା

ଆଜି ରାଜ୍ୟରେ ୧୬୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ଆଉ ୧୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୦ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ଅବଶିଷ୍ଟ ୧୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏବେ ରାଜ୍ୟରେ ମୋଟ୍ ୫୪୭୦ ଜଣ ସଂକ୍ରମିତ ଥିବା ବେଳେ ୩୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୧୫୮୩ ସକ୍ରିୟ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ମହେଶ୍ବରଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି; ମୁଖ୍ୟମନ୍ତ୍ରୀ

mahabharatanews

ଜୟା ଓ ଐଶ୍ୱର୍ଯ୍ୟାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ

mahabharatanews

ଚାରି ବେଆଇନ ଟ୍ରାକ୍ଟର ଜବତ

mahabharatanews