ଭୁବନେଶ୍ବର: ରାଜ୍ୟରେ ଥମିବାର ନା ନାହିଁ କରୋନା ସଂକ୍ରମିତ ସଂଖ୍ୟା । ଆଜି ପୁଣି ରାଜ୍ୟରୁ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୯୮ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଥିବା ବେଳେ ୨୦ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୬୫ଟି ସକ୍ରିୟ କେସ୍ ରହିଥିବା ବେଳେ ୪୨୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
previous post
next post
