ଓଡିଶା

ରାଜ୍ୟରେ ଆଉ ୨୫୧ କରୋନା ପଜିଟିଭ ଚିହ୍ନଟ, ଗଞ୍ଜାମରୁ ସର୍ବାଧିକ

(ମହାଭାରତ/ଭୁବନେଶ୍ୱର): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ପୁଣି ଥରେ ୨୦୦ ଟପିଛି । ଆଜି ରାଜ୍ୟରେ ୨୫୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୧୦୨ ଜଣ ଚିହ୍ନଟ ହୋଇଛନ୍ତି ଜ୍ଝ ସମୁଦାୟ ୨୫୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮ ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ଲୋକାଲ କେସ ବୋଲି ଜଣାପଡିଛି ଜ୍ଝ ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ତେବେ ସର୍ବାଧିକ ୧୦୨ ଜଣ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨, ଖୋର୍ଦ୍ଧାରୁ ୨୬, ମାଲକାନଗିରିରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ନୟାଗଡ଼ ଜିଲ୍ଲାରୁ ୧୪, ବରଗଡ଼ ଓ ପୁରୀ ଜିଲ୍ଲାରୁ ୧୨ ଜଣ ଲେଖାଏ, ଗଜପତିରୁ ୬, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଏ, ସମ୍ବଲପୁର ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏ, ଅନୁଗୁଳ, ସୋନପୁର ଓ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ବୁଧବାର ସୁଦ୍ଧା ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୫୨୮୯ ଜଣ ସୁସ୍ଥ ହୋଇଛନ୍ତି । ୨୦୯୪ ଜଣ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସିତ ହେଉଛନ୍ତି ।

Related posts

ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳେ ରହିଛି ,ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ଜୀବାଶ୍ମ ଇନ୍ଧନ ବ୍ୟବହାର ହ୍ରାସ କରନ୍ତୁ ଖର୍ଚ୍ଚ କମାନ୍ତୁ : ନୀତନ ଗଡକରୀ

mahabharatanews

ବିଧାୟକଙ୍କ ଦରମା ବୃଦ୍ଧି ହେଉ

mahabharatanews