ଓଡିଶା

କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି

(ରିପୋଟର୍ସ ଟୁଡେ/ଭୁବନେଶ୍ବର): ରାଜ୍ୟରେ ଆଉ ୨ଜଣଙ୍କ କରୋନା ଯୋଗୁଁ ମୃତ୍ୟୁ ହୋଇଛି। ମୃତକ ଦୁହେଁ ଗଞ୍ଜାମ ଜିଲ୍ଲାର । ସେମାନଙ୍କ ମଧ୍ୟରୁ ଜଣେ ୬୬ ବର୍ଷିୟ ଓ ଅନ୍ୟ ଜଣେ ୪୦ ବର୍ଷର ପୁରୁଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଥମ ସଂକ୍ରମିତ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଅନ୍ୟ ଜଣକ ମଧୁମେହ ରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯ରେ ପହଞ୍ଚିଛି। ସେଥିରୁ କେବଳ ଗଞ୍ଜାମ ଜିଲ୍ଲାରେ ଏବେ ସୁଦ୍ଧା ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଧିକାଂଶ ରୋଗୀଙ୍କ ବୟସ ୫୦ରୁ କମ୍ ରହିଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୪, ପୁରୀ, ବରଗଡ଼ ଓ ଅନୁଗୋଳରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।
ସୂଚନାଯୋଗ୍ୟ, ଆଜି ଆଉ ୫୬୧ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୧୦୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ହଜାର ୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅବଶିଷ୍ଟ ୨,୫୬୭ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଥିବା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

Related posts

ସ୍ୱାଧୀନ ଓ ନିରପେକ୍ଷ ଖବର ପରିବେଷଣ ଉପରେ ଗୁରୁତ୍ୱାରୋପ

mahabharatanews

ଆନ୍ତର୍ଜାତୀକ ସମବାୟ ବର୍ଷ ୨୦୨୫ ଉଦଯାପିତ

mahabharatanews

ବାଇକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଯୁବକ ମୃତ

mahabharatanews