ଓଡିଶା

୫ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ

(ମହାଭାରତ/ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହାକି ସରକାରଙ୍କ ଚିନ୍ତାର କାରଣ ପାଲଟିଛି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଶହ ଅତିକ୍ରମ କରିସାରିଥିବା ବେଳେ ଆଉ ୫ ଜଣ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।
ବ୍ରହ୍ମପୁର ପୋଲିସର ୫ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ ଅଛି। ଆମେ ସେମାନଙ୍କର ଦ୍ରୁତ ଆରୋଗ୍ୟ କାମନା କରୁଛୁ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ,ଗଞ୍ଜାମ ଜିଲ୍ଲାରେ ଶୁକ୍ରବାର ସୁଦ୍ଧା ୧,୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧ ହଜାର ୯୦ ଜଣ ସୁସ୍ଥ ହୋଇଛନ୍ତି। ୪୬୧ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଜିଲ୍ଲାରେ କରୋନାରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି।

Related posts

ଆଜି ଶ୍ରାବଣର ପ୍ରଥମ ସୋମବାର, ଶୈବ ପୀଠରେ କାଉଡିଆଙ୍କ ଭିଡ

mahabharatanews

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

mahabharatanews

ପୌରସଂସ୍ଥା ପକ୍ଷରୁ ବଜାର ଉଚ୍ଛେଦ ସମୟରେ ଉତ୍ତେଜନା

mahabharatanews