ଓଡିଶା

ବରିଷ୍ଠ ଓଏଏସ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଏକ ଛୋଟଧରଣର ଅଦଳବଳଦ କରିଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରୁ ଜଣାଯାଇଛି । ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ କମଳ ଲୋଚନ ମିଶ୍ରଙ୍କୁ ଓସଡମାର କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ରିଲିଫ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ।
ସେହିପରି ବାଲେଶ୍ୱର ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ, ଦେବାଶୀଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ୱେରେଜ ବୋର୍ଡର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି।
ସେହିପରି ଲଲାଟ କୁମାର ଲୁହାଙ୍କୁ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏ ପିଏ , ଅଶ୍ୱିନୀ କୁମାର ମେହରଙ୍କୁ ବୌଦ୍ଧ ଉପଜିଲ୍ଲାପାଳ, ସରୋଜିନୀ ପ୍ରସନ୍ନ କୁଲ୍ଲୁଙ୍କୁ ସୁନ୍ଦରଗଡ଼ର ଅତିରିକ୍ତ ଉପଜିଲ୍ଲାପାଳ, ସରୋଜ କୁମାର ଦାଶଙ୍କୁ ଛତ୍ରପୁରର ଅତିରିକ୍ତ ଉପଜିଲ୍ଲାପାଳ ଓ ରଶ୍ମିରେଖା ସ୍ୱାଇଁଙ୍କୁ ବୋର୍ଡ ଅଫ ରେଭନ୍ୟୁରେ ଉପସଚିବ ଭାବେ ବଦଳି କରାଯାଇଛି। ସେହିପରି ବଡ଼ସାହି ବିଡିଓ ଦିଲ୍ଲୀପ କୁମାର ମହାରାଣାଙ୍କ ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳିକୁ ବାତିଲ କରାଯାଇଛି।

Related posts

ସରପଞ୍ଚଙ୍କୁ ଆକ୍ରମଣ: ୧ ଗିରଫ, ୩ ଫେରାର

mahabharatanews

ଏକା ସଙ୍ଗେ ଜଳିଗଲା ୩ ଟ୍ରକ

mahabharatanews

 ୩ଟି ରେଞ୍ଜର ୩୬୦ଟି ସ୍ଥାନରେ ଲାଗିଛି ନିଆଁ

mahabharatanews