(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଚଳିତମାସ ୩୧ ତାରିଖ ଭିତରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ଖାତା ଦେଖା ଶେଷ ହୋଇଛି ଏବଂ ଟାବୁଲେସନ ଚାଲିଛି ବୋଲି ସେ କହିଛନ୍ତି। ତେବେ ଏହି ସୂଚନା ଦେବା ବେଳେ ସେ ଆହୁରି କହିଛନ୍ତି ଯେ, ଏବେ +୨ ଖାତା ମୂଲ୍ୟାୟନରେ ସମସ୍ୟା ଦେଖାଦେଉଛିି । ସଟଡାଉନ ପାଇଁ ଶିକ୍ଷକ ମୂଲ୍ୟାୟନ କେନ୍ଦ୍ରକୁ ଆସୁନାହାନ୍ତି ।ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖାଯିବ। ଠିକ ଭାବେ କିପରି ମୂଲ୍ୟାୟନ ହେବ ସେଥିପାଇଁ ଜିଲ୍ଲାପାଳଙ୍କୁ ସେ ବିଷୟରେ ଅବଗତ କରାଇବେ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।
ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ସମେତ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଆଦି ବନ୍ଦ ରହିଛି। ଏହାରି ଭିତରେ କେବେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ସେ ନେଇ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଥିଲେ। ସୂଚନାଯୋଗ୍ୟ, ଚଳିତ ବର୍ଷ ୫.୬ ଲକ୍ଷ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ଓଡ଼ିଶାରେ ୨ ହଜାର ୮୮୮ କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ତେବେ ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ ।
previous post
next post