ଓଡିଶା

ଆଉ ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି

ଭୁବନେଶ୍ୱର/ଶିଳାସ୍ମିତା ରାୟ: ଓଡିଶାରେ ୨୪ ଘଣ୍ଟାରେ ୧୨୬୪ ନୂଆ କରେ।।ନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ଜଣେ ୪୧ ବର୍ଷ ବୟସ୍କ ପୁରୁଷଙ୍କ ମୃତ୍ୟୁ ହୋଇଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ସେହିପରି ଉଚ୍ଚ ରକ୍ତଚାପରେ ପୀଡିତ ୬୩ ବର୍ଷ ବୟସ୍କ ପୁରୁଷଙ୍କ ମୃତ୍ୟୁ ହୋଇଛି। ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ସମସ୍ୟାରେ ପୀଡିତ ୫୧ ବର୍ଷ ବୟସ୍କା ମହିଳା, ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ୫୭ ବର୍ଷ ବୟସ୍କ ପୁରୁଷ, ୬୯ ବର୍ଷ ବୟସ୍କ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଛି । ସେହିପର ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ରହିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୦୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୨୦୪ଟି ସକ୍ରିୟ ସଂକ୍ରମିତ ଥିବା ବେଳେ ୧୩୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୧୧୪ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Related posts

ବିଜେଡି ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ

mahabharatanews

ପୋଲିସ ଆଖିରେ ଆଙ୍ଗୁଟି ଗେଞ୍ଜି ଲୁଟିଲେ ଲୁଟେରା

mahabharatanews

ଟ୍ରକ୍ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

mahabharatanews