ଓଡିଶା

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର/ଶିଳାସ୍ମିତା : ରାଜ୍ୟରେ କରୋନାଜନିତ ମୃତ୍ୟୁରେ ଗତ କିଛି ଦିନର ରେକର୍ଡ ଭାଙ୍ଗି ଆଜି ଦୁଇ ଅଙ୍କ ଛୁଇଁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିବା ପରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇ ଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରାଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏ, ଗଜପତି, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ୨ଜଣ ୬୦ବର୍ଷୀୟ ପୁରୁଷ , ୩୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫୪ ବର୍ଷୀୟ ଓ ୬୦ବର୍ଷୀୟ ପୁରୁଷ ଓ ବାଲେଶ୍ୱରରୁ ଜଣେ ୩୭ବର୍ଷୀୟ ପୁରୁଷ ଏବଂ ଜଣେ ୬୦ ବର୍ଷୀୟ ମହିଳା, ଝାରସୁଗୁଡା ଜିଲ୍ଲାରୁ ଜଣେ ୬୧ ବର୍ଷୀୟ ପୁରୁଷ, ରାୟଗଡା ଜିଲ୍ଲାରୁ ଜଣେ ୪୭ ବର୍ଷୀୟ ପୁରୁଷ, ତଥା ଗଜପତି ଜିଲ୍ଲାରୁ ଜଣେ ୩୭ ବର୍ଷାୟ ପୁରୁଷଙ୍କ ଗତ ୨୪ ଘଣ୍ଟାରେ କରୋନାରେ ମୃତ୍ୟୁ ହୋଇଛି ।
ରାଜ୍ୟରେ ଏବେ ସୁଦ୍ଧା ୨୪୦୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୬୫୦ଟି ଆକ୍ଟିଭ୍‌ କେସ୍‌ ରହିଛି . ୧୫୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୧୩୦ ଜଣଙ୍କର ମୃତ୍ୟୁ କରୋନାରେ ହୋଇଥିବା ବେଳେ ୩୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗରେ ମୃତ୍ୟୁ ହୋଇଛି ।

Related posts

ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ…

mahabharatanews

ଭଦ୍ରକରେ ଧାରା ୧୪୪

mahabharatanews

ଅମୃତସର ସ୍ୱର୍ଣ୍ଣ ମନ୍ଦିରରେ ଟିକ୍ଟକ୍ ବ୍ୟାନ

mahabharatanews