ଭୁବନେଶ୍ୱର/ଶିଳାସ୍ମିତା ରାୟ: ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୬୨ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୯ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ଆଜି ୨୯ଜଣ ସୁସ୍ଥ ହୋଇଥିବା ନେଇ ବିଏମସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ଫଳରେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୮୭ରେ ପହଁଚିଛି । ରାଜଧାନୀର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୩ଜଣ ସୁସ୍ଥ ହୋଇଥିବା ବେଳେ ୧୧ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୯୫୨ଟି ସକ୍ରିୟ କେସ୍ ରହିଛି ।
ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ କିଛି ଦିନ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା ୧ହଜାର ଅତିକ୍ରମ କରୁଛି । ଏହିପରି ୨୪ ଘଣ୍ଟା ମଧ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
previous post