ଓଡିଶା

ଗୋଟିଏ ଦିନରେ ୪୦ ହଜାରରୁ ଅଧିକ କୋଭିଡ ଟେଷ୍ଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୦ ହଜାରରୁ ଅଧିକ କୋଭିଡ୍‌ ଟେଷ୍ଟ କରାଯାଇଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇ କହିଛନ୍ତି । ରାଜ୍ୟରେ ୨୪ ଘଣ୍ଟାରେ ସର୍ବାଧିକ ୪୦,୭୧୧ ଅଧିକ କୋଭିଡ୍‌ ଟେଷ୍ଟ କରାଯାଇଛି। ଗତ ୪ ଦିନ ହେଲା କ୍ରମାଗତ ଭାବେ ଟେଷ୍ଟିଂ ସଂଖ୍ୟା ବଢ଼ିଚାଲିଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଏଥିସହ ଆଗାମୀ ଦିନରେ ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବ । ଅଗଷ୍ଟ ୨୦ ତାରିଖ ସୁଦ୍ଧା ୫୦ ହଜାରରୁ ଅଧିକ ଟେଷ୍ଟ ହେବ ବୋଲି ମହାପାତ୍ର କହିଛନ୍ତି। ଏଥିମଧ୍ୟରେ ଆରଟି ପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନେଟ୍ କୋଭିଡ୍‌ ଟେଷ୍ଟ କରାଯାଇଛି। ଏସବୁ ପରୀକ୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ କରାଯାଇଛି। ଯେତେ ଅଧିକ ଟେଷ୍ଟ କରାଯିବ, ସେତେ ଅଧିକସଂଖ୍ୟକ ପଜିଟିଭ୍ ମାମଲା ଆସିବ ।
ତିନୋଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ ଆରଟିପିସିଆର୍ ମେସିନ୍ ସ୍ଥାପନ କରିବା ସହିତ ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। ସବ୍-ଡିଭିଜନ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରସ୍ତରରେ ଟେଷ୍ଟିଂ ସୁବିଧା ପ୍ରଦାନ କରାଯିବ। ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗଭର ହେବ ସେଥିପାଇଁ ପଞ୍ଚାୟତ ସ୍ତରରେ ସଚେତନତା ଅଭିଯାନ ଆରମ୍ଭ କରାଯିବ ବୋଲି ଜଣାଯାଇଥିଲା।

Related posts

ଓଡ଼ିଶାକୁ ହଇରାଣ କରିବାକୁ ଦିଦିଙ୍କ ନୂଆ ଚାଲ୍, ଆଳୁ ଟ୍ରକ୍ ଜଗିବାକୁ ଲଗାଇଲେ ସିସିଟିଭି

mahabharatanews

ନବୀନଙ୍କ ଚିଠି,ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

mahabharatanews

ସଡକ ଦୂର୍ଘଟଣାରେ ନୃତ୍ୟ ଶିକ୍ଷକଙ୍କ ମୃତ୍ୟୁ

mahabharatanews