ଓଡିଶା

ଓଡିଶାରେ ପୁଣି ୯ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ବର/ ଶିଳାସ୍ମିତା ରାୟ: ରାଜ୍ୟରେ ଗତ କିିଛି ସପ୍ତାହ ହେବ କରୋନାଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାମ ନେଉ ନାହିଁ । ପ୍ରତ୍ୟହ ଅତି କମରେ ୯ ଜଣ କରୋନାରେ ମୃତ୍ୟୁ ବରଣ କରୁଛନ୍ତି । ୨୪ ଘଣ୍ଟା ମଧ୍ୟରେ ମଧ୍ୟ ୯ ଜଣ କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ବର, ବଲାଙ୍ଗୀରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୮୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୬୯୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୨୧୯୫୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ବିପୁଳ ପରିମାଣର କାଠ ଜବତ, ଅଭିଯୁକ୍ତ ଗିରଫ

mahabharatanews

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

mahabharatanews

ତାତିରୁ ନାହିଁ ନିସ୍ତାର :ଅସ୍ତବ୍ୟସ୍ତ ଜନଜୀବନ

mahabharatanews