ଓଡିଶା

କରୋନା ମୃତ୍ୟୁରେ ବ୍ରେକ ଲାଗୁନି: ପୁଣି ୧୪ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ଉପରେ ବ୍ରେକ ଲାଗୁ ନାହିଁ । ଗତ ୨୪ ଘଣ୍ଟାରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯୭୯୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୮୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗରେ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ଜଳୁଛି ଓଡିଶା: ଅଧିକାଂଶ ସ୍ଥାନରେ ୪୨ ଡିଗ୍ରୀ ପାର

mahabharatanews

ରାଜ୍ୟରେ ଆଉ ୩୨୧୯ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ବାଲି ବୋଝେଇ ଟ୍ରକ ଧକ୍କାରେ ମହିଳା ମୃତ

mahabharatanews