ଓଡିଶା

୩୦ ଜିଲ୍ଲାରୁ ୩୪୯୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଉପରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୩୪୯୦ କରୋନା ଆକ୍ରାନ୍ତ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯୪ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ମୋଟ ୩୦ଟି ଯାକ ଜିଲ୍ଲାରୁ ଏହି ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରିରୁ ସର୍ବନିମ୍ନନ ୨୨ ଓ ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୮୪୮୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ରବି ଋତୁ ଧାନ ସଂଗ୍ରହ ସଂପର୍କିତ ଜିଲ୍ଲାସ୍ତରୀୟ ବୈଠକ

mahabharatanews

୩ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

mahabharatanews

ବାତ୍ୟା, ବନ୍ୟା ଆଶ୍ରୟ ସ୍ଥଳୀ ପରି ରାଜ୍ୟ ସରକାର ଖୁବଶୀଘ୍ର ଖୋଲିବେ ହିଟୱେଭ୍ ସେଣ୍ଟର

mahabharatanews