ଓଡିଶା

ଦାନା ବାନ୍ଧୁଛି ଲଘୁଚାପ, ୧୩ ରୁ ପ୍ରବଳ ବର୍ଷା

(ମହାଭାରତ/ଭୁବନେଶ୍ୱର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଉପକୂଳରେ ଘନୀଭୂତ ହେଉଛି ଆଉ ଏକ ଲଘୁଚାପ। ଏହା ପ୍ରଭାବରେ ଆସନ୍ତା ୧୩ ତାରିଖ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଆଜି ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି।

ଆସନ୍ତା ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ପରିସ୍ଥିତିର ମୁୂକାବିଲା ଲାଗି ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର କିଛି ଜିଲ୍ଲା ସହ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି ଯେ, ଓଡ଼ିଶାରେ ମୌସୁମୀ ଦୁର୍ବଳ ରହିଛି । ‌ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ତେବେ ୧୨ ଓ ୧୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ମୌସୁମୀ ଅଧିକ ସକ୍ରିୟ ରହିବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁରର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Related posts

ସାମ୍ବାଦିକ ବ୍ରହ୍ମଙ୍କ କରୋନାରେ ମୃତ୍ୟୁ: ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

mahabharatanews

ସମସ୍ତ ପଦ ପଦବୀରୁ ଇସ୍ତଫା ଦେଲେ ସୁର ରାଉତରାୟ

mahabharatanews

ସରକାରୀ ତହବିଲ ଆତ୍ମସାତରେ ମାଷ୍ଟର ପ୍ରଣବ ବଳବନ୍ତରାୟ

mahabharatanews