ଓଡିଶା

୨୦ରୁ ୨୨ ବର୍ଷିବ ପ୍ରବଳ

ଭୁବନେଶ୍ୱର: ଆସନ୍ତା ୨୦ରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଆସନ୍ତା ୨୦ରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ କଟକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଅନୁଗୁଳ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି ।

Related posts

ଚୋରୀ ବେଳେ ଧରାପଡିଲେ, ବାଇକ୍ ଛାଡି ଚମ୍ପଟ

mahabharatanews

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୯ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ଏକତରଫା ପ୍ରେମରେ ବିଫଳ ହେବାରୁ ନାବାଳିକାର ବାପାଙ୍କୁ ଯୁବକ କଲା ଛୁରାମାଡ଼

mahabharatanews