ଓଡିଶା

୨୪ ଘଣ୍ଟାରେ ୩୨୩୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୨୬୦୯ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୨୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୨୬୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୩୫୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୪୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

୨.୭୨ ପ୍ରତିଶତ ସରକାରୀ ସ୍କୁଲରେ ଇଣ୍ଟରନେଟ ସଂଯୋଗ

mahabharatanews

ଆବାସ ଯୋଜନାରୁ ବଞ୍ଚିତ କୁଡୁଞ୍ଜି

mahabharatanews

ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି

mahabharatanews