ଓଡିଶା

ରାଜ୍ୟରେ ପୁଣି ୧୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଉଗ୍ର ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୬ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଇଛି ଏହି ମହାମାରୀ ଭୂତାଣୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କଟକ, ଢେଙ୍କାନାଳ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୧୨୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୩୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୪୦୦ ସାମ୍ପୁଲ ଟେଷ୍ଟ୍ ସରିଛି ।

Related posts

ଭୁବନେଶ୍ବର ଡବଲ ମର୍ଡର ଘଟଣା : ୨ ଅଭିଯୁକ୍ତ ଗିରଫ

mahabharatanews

ଆଇସୋଲେସନକୁ ତଦାରଖ କରିବେ ବିଡିଓ ଓ ତହସିଲଦାର

mahabharatanews

ଟାଣୁଆ ନେତା ବବିଙ୍କୁ ଗୋଟିଏ ପ୍ରଶ୍ନ

mahabharatanews