ଓଡିଶା

ରାଜ୍ୟରେ ୨୪ ଘଣ୍ଟାରେ କରୋନାଜନିତ ମୃତ୍ୟୁ ୧୮

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି ।
୧୮ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ନୟାଗଡ, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୯୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୫୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୫୬୯୬୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ଦନ୍ତାକୁ କାବୁ କରିବାରେ ବନବିଭାଗ ସଫଳ

mahabharatanews

ଜଣେ ମହିଳାଙ୍କ ମାଡ଼ରେ, କାର୍ଯ୍ୟରତ ଅଙ୍ଗନ ବାଡ଼ି କର୍ମୀ ଗୁରୁତର ହୋଇ ଚେତା ଶୂନ୍ୟ

mahabharatanews

କୋରାପୁଟ ଜିଲ୍ଲାପାଳଙ୍କ ଜନଶୁଣାଣି

mahabharatanews